ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ

77

କନ୍ଧମାଳ,୧୬/o୯(ସୁରେଶ କୁମାର ପଣ୍ଡା ) : କନ୍ଧମାଳ ଜିଲ୍ଲା ବାଲିଗୁଡାଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର କୁନାସଲୁ ଗାଁରେ ଅଭାବନୀୟ ଘଟଣା ଘଟିଛି । ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ଜଣାପଡିଛି । ସ୍ବାମୀ ମଜୁଂକା ମଲ୍ଲିକଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ଜୀବନ ଯାଇଛି। କିଛି ଦିନହେବ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ଲାଗିରହିଥିଲା ଏଥିରେ ଉତକ୍ଷିପ୍ତ ହୋଇ ମଜୁଂକା ସ୍ତ୍ରୀକୁ ଏକ ଧାରୁଆ ଟାଙ୍ଗିଆ ସାହାଯ୍ୟରେ ଚୋଟ ପକାଇ ତିନିଖଣ୍ଡ କରିଥିଲେ ବୋଲି ପୋଲିସ୍ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି । ପୋଲିସ୍ ଶବକୁ ଜବତ କରି ଶବ ବ୍ୟବଛେଦ ପାଇଁ ବାଲିଗୁଡା ଉପଖଣ୍ଡ ଡାକ୍ତରଖାନାକୁ ପଠାଇଛି ଏବଂ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ।

ADVERTISEMENT