ଆତ୍ମହତ୍ୟା କଲେ ଆନ୍ଧ୍ର ପ୍ରଦେଶ ବିଧାନସଭାର ପୂର୍ବତନ ବାଚସ୍ପତି

ହାଇଦ୍ରାବାଦ,୧୬/o୯(ଏଜେନସି ): ଆନ୍ଧ୍ର ପ୍ରଦେଶ ବିଧାନସଭାର ପୂର୍ବତନ ବାଚସ୍ପତି ତଥା ତେଲଗୁ ଦେଶମ ପାର୍ଟି(ଟିଡିପି)ର ନେତା କୋଡେଲା ଶିବ ପ୍ରସାଦ ରାଓ ସୋମବାର ଆତ୍ମହତ୍ୟା କରିଛନ୍ତି। ଏନେଇ ଟିଡିପି ପକ୍ଷରୁ ଶୋକ ପ୍ରକାଶ କରାଯାଇଛି। ସୂଚନାଯୋଗ୍ୟ, ସୋମବାର ସକାଳେ କୋଡେଲା ନିଜ ଘରେ ଫାଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଇଣ୍ଡୋ ଆମେରିକାନ କ୍ୟାନ୍ସର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କ ଉପରେ ଓ୍ବାଇଏସ୍‌ଆର କଂଗ୍ରେସର ସରକାର ଭ୍ରଷ୍ଟାଚାର ଅଭିଯୋଗ ଆଣିବା ପରେ ଦୀର୍ଘ ଦିନରୁ ସେ ମାନସିକ ଅବସାଦରେ ରହିଥିଲେ। ତେବେ ମାନସିକ ଅବସାଦ ଯୋଗୁ ସେ ଏଭଳି ପଦକ୍ଷେପ ନେଇଛନ୍ତି ବୋଲି ପରିବାର ଲୋକେ କହିଛନ୍ତି।

ADVERTISEMENT