ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତିର ଜନକ ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜୟନ୍ତୀ ଓ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

5

ପାରଳାଖେମୁଣ୍ଡି,୨।୧୦( ପ୍ରଭାତ ପାତ୍ର ) :ପାରଳାଖେମୁଣ୍ଡିର ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତିର ଜନକ ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜୟନ୍ତୀ ଓ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସର ରେ ଅନୁଷ୍ଠାନର ଛାତ୍ର ଛାତ୍ରୀ ମାନେ ଏକ ଶୋଭାଯାତ୍ରାରେ ନଗର ପରିକ୍ରମା କରି ଜନସାଧାରଣଙ୍କୁ ପଲିଥିନ ଓ ପ୍ଲାଷ୍ଟିକ ବର୍ଜନ କରିବା ପାଇଁ ସଚେତନ କରିଥିଲେ । ଶୋଭାଯାତ୍ରା ଶେଷରେ ଗାନ୍ଧୀ ଛକ ସ୍ଥିତ ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯ ଅର୍ପଣ କରାଯାଇଥିଲା । ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ମହନ୍ତ ଶ୍ରୀ ରାମାନନ୍ଦ ଦାଶ ଅତିଥି ଭାବେ ଉପସ୍ଥିତ ରହି ପିଲାମାନଙ୍କୁ ବକ୍ତବ୍ୟ ପ୍ରଦାନ କରିଥିଲେ । ଶେଷରେ ପିଲାମାନେ ପଲିଥିନ ଓ ସିଙ୍ଗଲ ୟୂଜ ପ୍ଲାଷ୍ଟିକର ବ୍ୟବହାରକୁ ବର୍ଜନ କରିବା ପାଇଁ ଶପଥନେଇ ଥିଲେ । ସହପ୍ରଧାନ ଆଚାର୍ଯ୍ୟ ଶ୍ରୀ ସନ୍ତୋଷ କୁମାର ପାଢୀ ଧନ୍ୟବାଦ ଅର୍ପଣ କରିଥିବା ବେଳେ ପ୍ରଧାନ ଆଚାର୍ଯ୍ୟ ସରୋଜ କୁମାର ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ADVERTISEMENT