୮ଟି ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିର୍ଦେଶ ଦେଇଛି

9

ଭୁବନେଶ୍ୱର ,୨୪/୧୦(ଏଜେନ୍ସି ) : ବୁଧବାର ଠାରୁ ଲାଗି ରହିଥିବା ଅତି ପ୍ରବଳ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପରିସ୍ଥିତି ସଙ୍ଗୀନ ହୋଇଛି।୮ଟି ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିର୍ଦେଶ ଦେଇଛି। ମୁଷଳଧାରାରେ ବୃଷ୍ଟିପାତ ହୋଇ ଚାରିଆଡ଼ ଜଳମଗ୍ନ ହୋଇ ପଡ଼ିଥିବା କାରଣରୁ କଟକ, ଗଞ୍ଜାମ, ଗଜପତି, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର ଓ ପୁରୀ ଜିଲ୍ଲାରେ ଆଜି ଦିନକ ପାଇଁ ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଅତି ପ୍ରବଳ ଏବଂ ନିରବଚ୍ଛିନ୍ନ ବର୍ଷା ଯୋଗୁଁ ଗଞ୍ଜାମ ଏକ ପ୍ରକାର ଜଳବନ୍ଦୀ ଅବସ୍ଥାରେ ରହିଛି। ଓ ୪ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛନ୍ତି। ଏଥିପାଇଁ ଜିଲ୍ଲା ପ୍ରଶାସନ ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ନିର୍ଦେଶ ଦେଇଛି। କିନ୍ତୁ ଶିକ୍ଷକମାନେ ସେମାନଙ୍କ ପାଇଁ ନିର୍ଦ୍ଧାରିତ ସମୟରେ ସ୍କୁଲ୍‌କୁ ଆସିବାକୁ କୁହାଯାଇଛି। ବାଲେଶ୍ୱର ଜିଲ୍ଲାରେ ମଧ୍ୟ ବର୍ଷା ଯୋଗୁଁ ଜନଜୀବନ ଅତିଷ୍ଠ ହୋଇଉଠିଛି। ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲ୍ଲା. କଟକ, ଭଦ୍ରକ, ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେଉଛି। ଲଘୁଚାପ ଜନିତ ନିରବଚ୍ଛିନ୍ନ ବର୍ଷା ଯୋଗୁଁ ଯାଜପୁର ଜିଲ୍ଲାରେ ସମସ୍ତ ସ୍କୁଲ୍‌ ଏବଂ ଅଙ୍ଗନବାଡ଼ି ଗୁରୁବାର ଓ ଶୁକ୍ରବାର ଦିନ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି।

ADVERTISEMENT