୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା, ୪ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧o/o୯(କୁନା ପ୍ରଧାନ ) : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ୭ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ମାଲକାନଗିରି ଆଦି ରହିଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କଟକ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ଗଞ୍ଜାମ ଆଦି ଜିଲ୍ଲାକୁ ବଜ୍ରପାତ ପାଇଁ ସତର୍କ ସୂଚନା ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି।

ADVERTISEMENT